ଭୁବନେଶ୍ୱର,୧୩/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୧୯୩ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪୫ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୪୯୮ ଜଣ ସ୍ଥାନୀୟ ସଂକ୍ରମିତ। ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୯ ଜଣ, ବାଲେଶ୍ୱର ଜିଲ୍ଲାରୁ ୬୯ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୧୬୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୧ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ୫୬ଜଣ, ଯାଜପୁର ଜିଲ୍ଲାରୁ ୫୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୬ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୨୫ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୩୯ଜଣ, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୩୪ଜଣ, ରାୟଗଡ଼ା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ ରୁ ୯୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୨୩୭୫ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ରେକର୍ଡ଼ କରାଯାଇଛି । ମୃତକଙ୍କ ମଧ୍ୟରେ ବରଗଡରୁ ସର୍ବାଧିକ ୧୩ ଜଣ, କଟକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀରରୁ ୬ଜଣ, ଅନୁଗୁଳ, ଜଗତସିଂହପୁର ଓ ସମ୍ୱଲପୁରରୁ ୫ ଜଣ ଲେଖାଏଁ, ଦେବଗଡରୁ ୪ ଜଣ, ଢେଙ୍କାନାଳ ଓ ଯାଜପୁରରୁ ୩ ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱରରୁ ଓ ଝାରସୁଗୁଡାରୁ ୨ଜଣ ଲେଖାଏଁ, ଭଦ୍ରକରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୯୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ଗତକାଲି ସୁଦ୍ଧା ମୋଟ୍ ୯୯୨୩୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୭୪୭୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୯୭ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂଙ୍କ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୦୮୦୯ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୬୮୮୮୪୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର