ଭୁବନେଶ୍ୱର,୧୪/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୧୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୫୭ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୪୭୫ ଜଣ ସ୍ଥାନୀୟ ସଂଙ୍କ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୫ଜଣ, ବାଲେଶ୍ୱର ଜିଲ୍ଲାରୁ ୭୦ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୯୭ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୪୨ଜଣ, ଯାଜପୁର ଜିଲ୍ଲାରୁ ୨୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧୦ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୦ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୩୧ଜଣ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୩ଜଣ, ଷ୍ଟେଟ ପୁଲ୍ ରୁ ୯୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୩୫୦୭ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ ରହିଛନ୍ତି । ଅନୁଗୁଳ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । ଯାଜପୁର, ଖୋର୍ଦ୍ଧା, ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ଜଗତସିଂହପୁର ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କୋରାପୁଟ , ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨୩ କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୩୫୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୭୫୯୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨୩ କୁ ବୃଦ୍ଧି ପାଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଆଉ ୧୦୬୩୨ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୬୯୫୭୩୫୯ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର