Tuesday , December 7 2021
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୫୮ କରୋନା ସଂକ୍ରମିତ ଚିହ୍ନଟ – ୬୪ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୫୮ କରୋନା ସଂକ୍ରମିତ ଚିହ୍ନଟ – ୬୪ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୫/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୫୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୧୬ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୪୪୨ ଜଣ ସ୍ଥାନୀୟ ସଂଙ୍କ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୮ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୩୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୬୨ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୮ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩୭ଜଣ, ଯାଜପୁର ଜିଲ୍ଲାରୁ ୭୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୨ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୭୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୭ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୧୭ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୨୬ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭ଜଣ, ଷ୍ଟେଟ ପୁଲ୍ ରୁ ୧୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୪୫୬୫ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି । ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୮୭ କୁ ବୃଦ୍ଧି ପାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୪୫୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୨୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୭୭୧୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୦୨୬୩୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ରାଜ୍ୟରେ ଗତକାଲି ସୁଦ୍ଧା ମୋଟ୍ ୯୯୪୫୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୭୭୧୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୮୭ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂଙ୍କ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୧୦୪୨୮ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୭୦୨୬୩୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଭାରିଗୋଳରେ ଅଗ୍ନୀକାଣ୍ଡ, ମହିଳା ଗୁରୁତର ଗାଈ ବାଛୁରୀ ଅର୍ଦ୍ଧ ଦଗ୍ଧ

ଗରଦପୁର,୦୫/୧୨/୨୦୨୧(ଓଡ଼ିଶା ସମାଚାର)-ଗରଦପୁର ବ୍ଲକ୍ ଅନ୍ତର୍ଗତ ବଡ଼ବେତ୍ରା ପଂଚାୟତସ୍ଥିତ ଭାରିଗୋଳ ଗ୍ରାମର ରବିନ୍ଦ୍ର ମହାନ୍ତିଙ୍କର ୨ ବଖରା ଚାଳ ଛପର ଗୁହାଳ …

Leave a Reply

Your email address will not be published. Required fields are marked *