Sunday , March 26 2023
Breaking News
Home / ବିଶେଷ / ଜିଲ୍ଲା ସ୍ୱାଧୀନତା ସଂଗ୍ରାମୀ ସମିତି ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ

ଜିଲ୍ଲା ସ୍ୱାଧୀନତା ସଂଗ୍ରାମୀ ସମିତି ପକ୍ଷରୁ ସ୍ୱାଧୀନତା ଦିବସ ପାଳିତ

କେନ୍ଦ୍ରାପଡ଼ା, ୧୬/୦୮/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲା ସ୍ୱାଧୀନତା ସଂଗ୍ରାମୀ ସମିତି ଓ ଉତରଦାୟାଦ ସଂଘ ପକ୍ଷରୁ ଭ୍ରମରଦିଆପାଟଣାସ୍ଥିତ ଧୁଣ୍ଡାବାବା କଲୋନୀ ପରିସରରେ ୭୫ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲା ସ୍ୱାଧୀନତା ସଂଗ୍ରାମୀ ସମିତି ସଭାପତି ବିମ୍ବାଧର ମୁଦୁଲି ଜାତୀୟ ପତାକା ଉତୋଳନ କରିଥିଲେ । ଏହି ଅବସରରେ ଦେଶର କଷ୍ଟଲବ୍ଧ ସ୍ୱାଧୀନତାକୁ ବଜାୟ ରଖିବା ପାଇଁ ସମସ୍ତେ ନିଜ ନିଜର କର୍ତବ୍ୟ ସମ୍ପାଦନ କରିବାକୁ ଆହ୍ୱାନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଉପଦେଷ୍ଟା ପ୍ରଫେସର ନନ୍ଦ କିଶୋର ପରିଡା, ଶିକ୍ଷାବିତ ଡଃ. ବାସୁଦେବ ଦାସ, ଜିଲ୍ଲା ଉତରଦାୟାଦ ସଂଘ ସଭାପତି ବିଚିତ୍ରାନନ୍ଦ ନାୟକ, ଜିଲ୍ଲା ସ୍ୱାଧୀନତା ସଂଗ୍ରାମୀ ସମତି ସମ୍ପାଦକ ଗୋପାଳକୃଷ୍ଣ ଜେନା, କାର୍ଯ୍ୟକାରୀ ସଭାପତି କୁଳମଣୀ ରାଉତ, କୋଷାଧ୍ୟକ୍ଷ ରମେଶ ଚନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

Leave a Reply

Your email address will not be published.