Wednesday , December 8 2021
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୨୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୬୮ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୨୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୬୮ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୭/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୨୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୧ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୯୯ ଜଣ ସ୍ଥାନୀୟ ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୯୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩୩ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୧୮ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍ ରୁ ୬୦ଜଣ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୬ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୬୧୫୩ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ରେକର୍ଡ଼ କରାଯାଇଛି। ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୪ଜଣ, ଅନୁଗୁଳ ଏବଂ ଜଗତସିଂହପୁର ଜିଲ୍ଲାରୁ ୮ଜଣ ଲେଖାଏଁ, ଯାଜପୁର ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ପୁରୀ, ରାୟଗଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୨୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୬୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୭୯୪୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୨୧ ହୋଇଥିବାବେଳେ ୫୩ ଜଣ କରୋନା ସଂଙ୍କ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୯୬୭୨ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୭୧୩୯୨୪୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଭାରିଗୋଳରେ ଅଗ୍ନୀକାଣ୍ଡ, ମହିଳା ଗୁରୁତର ଗାଈ ବାଛୁରୀ ଅର୍ଦ୍ଧ ଦଗ୍ଧ

ଗରଦପୁର,୦୫/୧୨/୨୦୨୧(ଓଡ଼ିଶା ସମାଚାର)-ଗରଦପୁର ବ୍ଲକ୍ ଅନ୍ତର୍ଗତ ବଡ଼ବେତ୍ରା ପଂଚାୟତସ୍ଥିତ ଭାରିଗୋଳ ଗ୍ରାମର ରବିନ୍ଦ୍ର ମହାନ୍ତିଙ୍କର ୨ ବଖରା ଚାଳ ଛପର ଗୁହାଳ …

Leave a Reply

Your email address will not be published. Required fields are marked *