Sunday , March 26 2023
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୯୯୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ- ୬୫ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୯୯୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ- ୬୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୯୯୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୭୮ ଜଣ କ୍ୱାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୪୧୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩୮ଜଣ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୯୫ଜଣ, ଦେଓଗଡ଼଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୫୧ଜଣ, ଯାଜପୁର ଜିଲ୍ଲାରୁ ୬୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧୯ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିର ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୪୨ଜଣ, ନୟାଗଡ଼ ଜିଲ୍ଲାରୁ ୧୬ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୫ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ ରୁ ୯୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୭୧୪୬ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ କରୋନାରେ ଆକ୍ରାନ୍ତ ପ୍ରାଣ ହରାଇଥିବା ରେକର୍ଡ଼ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଭଦ୍ରକ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି । ଗଞ୍ଜାମ, କେନ୍ଦୁଝର, ଖୋର୍ଦ୍ଧା , କୋରାପୁଟ , ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୮୬ କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୭୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୮୦୪୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୮୬ ରେ ପହଂଚି ଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୯୫୩୬ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୭୨୦୮୨୪୮ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.