Tuesday , December 7 2021
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ – ୬୮ ଜଣ କରୋନା ରେ ମୃତ୍ୟୁ ହୋଇଥିବା ରେକର୍ଡ଼

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ – ୬୮ ଜଣ କରୋନା ରେ ମୃତ୍ୟୁ ହୋଇଥିବା ରେକର୍ଡ଼

ଭୁବନେଶ୍ୱର,୧୯/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୫ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୪୩୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୮ଜଣ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୧୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୭୬ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୪୩ଜଣ, ଯାଜପୁର ଜିଲ୍ଲାରୁ ୫୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୯୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନାଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୧୩ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩୪ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍ ରୁ ୮୮ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୮୧୮୭ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ରେ ମୃତ୍ୟୁ ହୋଇଥିବା ରେକର୍ଡ଼ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ ରହିଛନ୍ତି । ଭଦ୍ରକ ଓ ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୪ଜଣ ରହିଛନ୍ତି । ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ ୨ଜଣ ରହିଛନ୍ତି । ନୟାଗଡ଼, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୧୫୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୮୧୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୮୧୩୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭୧୫୪ ଜଣ କରୋନାରେ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୯୬୬୪ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୭୨୭୪୫୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଠାରେ ୫୯ ତମ ଗୃହରକ୍ଷୀ ଦିବସ ପାଳିତ

କଳାହାଣ୍ଡି ୦୬/୧୨/୨୦୨୧(ଓଡ଼ିଶା ସମାଚାର/ସଂଜୟ ସିଂହ)-ଆଜି କଳାହାଣ୍ଡି ଜିଲ୍ଲା ପୋଲିସ ତରଫରୁ ଗୃହରକ୍ଷୀ ଦିବସ ପାଳତ ହୋଇ ଯାଇଛି । ଏହି …

Leave a Reply

Your email address will not be published. Required fields are marked *