Monday , December 6 2021
Breaking News
Home / ବିଶେଷ / ବିଶିଷ୍ଟ ରଙ୍ଗ ବ୍ୟବସାୟୀଙ୍କ ପରଲୋକ

ବିଶିଷ୍ଟ ରଙ୍ଗ ବ୍ୟବସାୟୀଙ୍କ ପରଲୋକ

କେନ୍ଦ୍ରାପଡ଼ା, ୧୯/୦୮/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ପୌରାଂଚଳ ଅନ୍ତର୍ଗତ ବଡହାଟ ଅଂଚଳର ବିଶିଷ୍ଟ ବ୍ୟବସାୟୀ ଦୟାନିଧି ବେହେରା(ନଙ୍ଗୁଳିବାବୁ)ଙ୍କର ୭୮ବର୍ଷ ବୟସରେ ଗତ ମଙ୍ଗଳବାର ରାତିରେ ପରଲୋକ ହୋଇଯାଇଛି । ତାଙ୍କ ବିୟୋଗରେ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ମୃତୁ୍ୟ ଶଯ୍ୟା ନିକଟରେ ପୁଅ, ବୋହୁ ଓ ଆତ୍ମୀୟ ସ୍ୱଜନମାନେ ଉପସ୍ଥିତ ଥିଲେ । ବିୟୋଗ ଖବର ପାଇ ସହରର ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନରେ ପହଂଚି ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ବାର୍ଦ୍ଧକ୍ୟଜନିତ ରୋଗରେ ସେ ଶଯ୍ୟାଶାୟୀ ଥିଲେ । ରଣପଡାସ୍ଥିତ ଶ୍ମସାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିବା ବେଳେ ଜ୍ୟେଷ୍ଠପୁତ୍ର ଦିଲ୍ଲିପ ମୁଖାଗ୍ନି ଦେଇଥିଲେ । ଓଡ଼ିଶା ସମାଚାର

About admin

Check Also

ପଂଚାୟତିରାଜ ବ୍ୟବସ୍ଥାରେ ମନମାନୀ : ନିର୍ବାଚିତ ପ୍ରତିନିଧିଙ୍କ କ୍ଷମତା ଓ ଅଧିକାରକୁ ଫୁ

ଅଦୃଶ୍ୟ ଶକ୍ତିଙ୍କ ଗୁପ୍ତ ଚିଠାରେ ହେଉଛି ବିଭିନ୍ନ ପ୍ରକଳ୍ପ ଚୟନ ଓ ଅନୁମୋଦନ କେନ୍ଦ୍ରାପଡ଼ା, ୦୫/୧୨/୨୦୨୧(ଓଡ଼ିଶା ସମାଚାର)-ଗ୍ରାମାଂଚଳ ର ବିକାଶ …

Leave a Reply

Your email address will not be published. Required fields are marked *