Saturday , April 1 2023
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୯୮୬ କରୋନା ସଂକ୍ରମିତ ଚିହ୍ନଟ – ୬୯ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୯୮୬ କରୋନା ସଂକ୍ରମିତ ଚିହ୍ନଟ – ୬୯ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୦/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୯୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୪ ଜଣ କ୍ୱାରେଣ୍ଟାଇନ୍ ରୁ ଓ ୪୧୨ ଜଣ ସ୍ଥାନୀୟ ସଂଙ୍କ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୮ଜଣ ଅଛନ୍ତି । ଅନୁଗୁଳ ଜିଲ୍ଲାରୁ ୨୪ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, କଟକ ଜିଲ୍ଲାରୁ ୧୩୯ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୪୫ଜଣ, ଯାଜପୁର ଜିଲ୍ଲାରୁ ୪୯ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୭୩ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୨୦ଜଣ, ପୁରୀ ଜିଲ୍ଲାରୁ ୩୨ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍ ରୁ ୮୪ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୯୧୭୩ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ଙ୍କା ମୃତ୍ୟୁ ହୋଇଥିବା ରେକର୍ଡ଼ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ ରହିଛନ୍ତି । ଭଦ୍ରକ ଓ ଯାଜପୁରରୁ ୬ ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, କେନ୍ଦ୍ରାପଡା, ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ ରହିଛନ୍ତି । ପୁରୀରୁ ୪ ଜଣ, କେନ୍ଦୁଝର ଓ ମୟୁରଭଞ୍ଜରୁ ୩ ଜଣ ଲେଖାଁଏ ଓ ନୟାଗଡରୁ ଜଣେ କରୋନାରେ ମୃତ୍ୟୁ ହୋଇଥିବା ରେକର୍ଡ଼ କରାଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୨୩ କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୯୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୮୨୩୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭୨୨୩ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ୯୫୭୮ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୭୩୪୪୬୦୮ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.