Wednesday , December 1 2021
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ରେ ଓଡ଼ିଶା ରେ ୯୧୧ ଜଣ କରୋନା ସଂଙ୍କ୍ରମିତ ଚିହ୍ନଟ- ୬୬ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ରେ ଓଡ଼ିଶା ରେ ୯୧୧ ଜଣ କରୋନା ସଂଙ୍କ୍ରମିତ ଚିହ୍ନଟ- ୬୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୧/୦୮/୨୦୨୧(ଓଡ଼ିଶା ସମାଚାର / ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ରେ ଓଡ଼ିଶା ରେ ୯୧୧ ଜଣ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩୧ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୮୦ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୬ଜଣ ପଜିଟିଭ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୩ଜଣ, ବାଲେଶ୍ୱର ଜିଲ୍ଲାରୁ ୫୧ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୮୮ଜଣ, ଦେଓଗଡ଼ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୬ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଜଣ, ଯାଜପୁର ଜିଲ୍ଲାରୁ ୪୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୦ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୮ଜଣ, ନୟାଗଡ଼ ଜିଲ୍ଲାରୁ ୧୯ଜଣ, ପୁରୀ ଜିଲ୍ଲାରୁ ୩୦ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ରୁ ୭୯ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୦୦୮୪ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ରେକର୍ଡ଼ କରାଯାଇଛି। ମୃତକଙ୍କ ମଧ୍ୟରେ ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଅନୁଗୁଳ ଏବଂ ଯାଜପୁର ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି । ଭଦ୍ରକ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଛନ୍ତି । କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୮୯ କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୦୦୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୮୨୩୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭୨୮୯ ଜଣ କରୋନାରେ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୯୪୯୭ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୭୪୧୫୮୭୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ବିଦ୍ୟୁତ ଖୁଣ୍ଟରେ ପିଟିହୋଇ ବାଇକ ଚାଳକ ମୃତ

ଭୁବନ,୨୯/୧୧/୨୦୨୧(ଓଡ଼ିଶା ସମାଚାର)- ଆଜି ସକାଳ ୮ ଘଟିକା ସମୟରେ ଜଣେ ବାଇକ ଚାଳକ ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟରେ ପିଟିହୋଇ …

Leave a Reply

Your email address will not be published. Required fields are marked *