Tuesday , December 7 2021
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୮୫୩ କରୋନା ସଂଙ୍କ୍ରମିତ ଚିହ୍ନଟ- ୬୯ ଜଣ କରୋନା ରେ ମୃତ୍ୟୁ ବରଣ କରିଥିବା ରେକର୍ଡ଼ କରାଯାଇଛି

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୮୫୩ କରୋନା ସଂଙ୍କ୍ରମିତ ଚିହ୍ନଟ- ୬୯ ଜଣ କରୋନା ରେ ମୃତ୍ୟୁ ବରଣ କରିଥିବା ରେକର୍ଡ଼ କରାଯାଇଛି

ଭୁବନେଶ୍ୱର,୨୨/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୮୫୩ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୪୯୬ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୫୭ ଜଣ ସ୍ଥାନୀୟ ସଂଙ୍କ୍ରମିତ । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୦ଜଣ ସଂଙ୍କ୍ରମିତ ଅଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୬ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୧୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୪୦ଜଣ, ଦେଓଗଡ଼ ଜିଲ୍ଲାରୁ ୧୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଜଗତସିଂହୱପୁର ଜିଲ୍ଲାରୁ ୩୨ଜଣ, ଯାଜପୁର ଜିଲ୍ଲାରୁ ୩୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮୬, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନୟାଗଡ଼ ଜିଲ୍ଲାରୁ ୨୨ଜଣ, ପୁରୀ ଜିଲ୍ଲାରୁ ୩୫ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍ ରୁ ୫୯ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୦୯୩୭ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ରେ ମୃତ୍ୟୁ ବରଣ କରିଥିବା ରେକର୍ଡ଼ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ ଏବଂ ଜଗତସିଂହପୁର ଜିଲ୍ଲାରୁ ୧୩ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଅନୁଗୁଳ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ ଲେଖାଏଁ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୫ଜଣ ରହିଛନ୍ତି । ବାଲେଶ୍ୱର , ଭଦ୍ରକ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ନବରଙ୍ଗପୁର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୫୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଗତକାଲି ସୁଦ୍ଧା ରାଜ୍ୟରେ ମୋଟ୍ ୧୦୦୦୯୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୮୪୨୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭୩୫୮ ଜଣ କରୋନାରେ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ କରୋନା ସଂଙ୍କ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୯୩୦୨ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୭୪୮୩୭୦୬ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଭାରିଗୋଳରେ ଅଗ୍ନୀକାଣ୍ଡ, ମହିଳା ଗୁରୁତର ଗାଈ ବାଛୁରୀ ଅର୍ଦ୍ଧ ଦଗ୍ଧ

ଗରଦପୁର,୦୫/୧୨/୨୦୨୧(ଓଡ଼ିଶା ସମାଚାର)-ଗରଦପୁର ବ୍ଲକ୍ ଅନ୍ତର୍ଗତ ବଡ଼ବେତ୍ରା ପଂଚାୟତସ୍ଥିତ ଭାରିଗୋଳ ଗ୍ରାମର ରବିନ୍ଦ୍ର ମହାନ୍ତିଙ୍କର ୨ ବଖରା ଚାଳ ଛପର ଗୁହାଳ …

Leave a Reply

Your email address will not be published. Required fields are marked *