ଭୁବନେଶ୍ୱର,୨୩/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୬୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୩ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୧୮ ଜଣ ସ୍ଥାନୀୟ ସଂଙ୍କ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୧ଜଣ ପଜିଟିଭ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୫୨ଜଣ, ବରଗଡ଼ ଜିଲ୍ଲାରୁ ୧୮ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାର ୧୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୩୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮୯ଜଣ, ମାଲକାନାଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୪ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ରୁ ୬୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୧୬୯୮ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନାରେ ମୃତ୍ୟୁ ବରଣ କରିଥିବା ରେକର୍ଡ଼ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ , ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି । ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝର, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୪୨୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୧୬୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୮୫୩୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭୪୨୬ ଜଣ କରୋନା ରେ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୮୯୧୭ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୭୫୪୪୪୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୬୧ ଜଣ କରୋନା ସଂକ୍ରମିତ ଚିହ୍ନଟ- ୬୮ ଜଣ କରୋନାରେ ମୃତ୍ୟୁ ବରଣ କରିଥିବା ରେକର୍ଡ଼