ଭୁବନେଶ୍ୱର,୨୪/୦୮/୨୦୨୧(ଓଡ଼ିଶା ସମାଚାର / ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୨୫ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୩୬୬ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୫୯ ଜଣ ସ୍ଥାନୀୟ ସଂଙ୍କ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୫୦ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୫୬ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩୮ଜଣ, ଯାଜପୁର ଜିଲ୍ଲାରୁ ୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୪ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୧୦ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍ରୁ ୪୮ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୨୩୨୩ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ରେ ମୃତ୍ୟୁ ବରଣ କରିଥିବା ରେକର୍ଡ଼ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୨୦ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ ରହିଛନ୍ତି । କେନ୍ଦ୍ରାପଡ଼ା ଓ ଅନୁଗୁଳ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କେନ୍ଦୁଝର, ନବରଙ୍ଗପୁର, ପୁରୀ, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୪୯୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୨୩୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୮୬୩୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭୪୯୩ ଜଣଙ୍କର ମରୋନା ରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଙ୍କର ଅନ୍ୟ ରୋଗରେ ମୃତ୍ୟୁ ହୋଇଛି । ଆଉ ୮୪୪୩ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୭୫୯୮୦୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୨୫ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ – ୬୭ ଜଣ ଙ୍କ ମୃତ୍ୟୁ ରେକର୍ଡ଼ କରାଯାଇଛି