Friday , September 29 2023
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୮୮୭ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ – ୬୯ଜଣଙ୍କ ମୃତ୍ୟୁ ରେକର୍ଡ଼

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୮୮୭ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ – ୬୯ଜଣଙ୍କ ମୃତ୍ୟୁ ରେକର୍ଡ଼

ଭୁବନେଶ୍ୱର,୨୫/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୮୮୭ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୫ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୭୨ ଜଣ ସ୍ଥାନୀୟ ସଂଙ୍କ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂଙ୍କ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩୧ଜଣ ଶିଶୁ ଅଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭ଜଣ, ବାଲେଶ୍ୱର ଜିଲ୍ଲାରୁ ୫୬ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୯ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୬ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩୭ଜଣ, ଯାଜପୁର ଜିଲ୍ଲାରୁ ୪୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨୩ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୩୯ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍ ରୁ ୬୯ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୩୨୧୦ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ଜଣ କରୋନା ରେ ମୃତ୍ୟୁ ବରଣ କରିଥିବା ରେକର୍ଡ଼ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୨୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ ରହିଛନ୍ତି । ବାଲେଶ୍ୱର ଓ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ପୁରୀ ଓ ଅନୁଗୁଳ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଭଦ୍ରକ, କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୫୬୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ଗତକାଲି ସୁଦ୍ଧା ମୋଟ୍ ୧୦୦୩୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୮୭୩୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭୫୬୨ ଜଣ ଙ୍କର କରୋନା ରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ସଂଙ୍କ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୮୨୨୬ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୭୬୬୬୭୪୧ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *