ଭୁବନେଶ୍ୱର,୨୭/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୮୧୬ ଜଣ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୭୫ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୪୧ ଜଣ ସ୍ଥାନୀୟ ସଂଙ୍କ୍ରମିତ। ସେହିପରି ଚିହ୍ନଟ ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୬ ଜଣ ଶିଶୁ ଅଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୪୬ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ୩, କଟକ ଜିଲ୍ଲାରୁ ୧୧୬ଜଣ, ଦେବଗଡ଼ ଜିଲ୍ଲାରୁ ୧୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୯ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୩୪ଜଣ, ଯାଜପୁର ଜିଲ୍ଲାରୁ ୩୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୩ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯୧ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ନୟୁରଭଞ୍ଜ ଜିଲ୍ଲାରୁ ୨୭ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍ ରୁ ୬୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୪୮୭୫ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ଜଣ କରୋନା ରେ ମୃତ୍ୟୁ ବରଣ କରିଥିବା ରେକର୍ଡ଼ କରାଯାଇଛି । କଟକରୁ ସର୍ବାଧିକ ୩୮ ଜଣ ମୃତ୍ୟୁ ବରଣ କରିଥିବା ବେଳେ, ଜଗତସିଂହପୁରରୁ ୯, ଢେଙ୍କାନାଳରୁ ୬, ଯାଜପୁର, କେନ୍ଦ୍ରାପଡା ଓ ମୟୂରଭଞ୍ଜରୁ ୩ ଲେଖାଏଁ, ଅନୁଗୋଳ, ନବରଙ୍ଗପୁରରୁ ୨ ଲେଖାଏଁ, ଭଦ୍ରକ କେନ୍ଦୁଝରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୬୯୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୪୮୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୮୮୮୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭୬ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟ ରୋଗରେ ମୃତ୍ୟୁ ହୋଇଛି । ଆଉ ୮୨୭୧ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୭୮୦୭୫୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର