Monday , September 25 2023
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୭୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ- ୧୦୫ ଜଣ ଶିଶୁ ଆକ୍ରାନ୍ତ – ୬୮ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୭୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ- ୧୦୫ ଜଣ ଶିଶୁ ଆକ୍ରାନ୍ତ – ୬୮ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୮/୦୮/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୭୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୪ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୨୫ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୫ ଜଣ ଶିଶୁ ଆକ୍ରାନ୍ତ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୫୯ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୧୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୮୪ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୩୧ଜଣ, ଯାଜପୁର ଜିଲ୍ଲାରୁ ୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୭ଜଣ, ନୟାଗଡ଼ ଜିଲ୍ଲାରୁ ୧୮ଜଣ, ନୂଆପଡା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୩୯ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ ପୁଲ୍ ରୁ ୫୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୫୬୫୪ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ଜଣ କରୋନାରେ ମୃତ୍ୟୁ ବରଣ କରିଥିବା ରେକର୍ଡ଼ କରାଯାଇଛି । ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨୫ଜଣ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ଲେଖାଏଁ , ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଅନୁଗୁଳ ଓ ମୟୁରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି । ବୌଦ୍ଧ , ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୭୬୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୫୬୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୮୯୮୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭୭୬୫ ଜଣ କରୋନା ରେ ମୃତ୍ୟୁ ବରଣ କରିଥିବପାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୭୯୯୬ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୭୮୭୮୬୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *