Wednesday , December 8 2021
Home / ବିଶେଷ / ରାଜ୍ୟ କ୍ୟାବିନେଟରେ ୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ – ଇ-ଯାନ ପଲିସିକୁ କ୍ୟାବିନେଟ ମୋହର

ରାଜ୍ୟ କ୍ୟାବିନେଟରେ ୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ – ଇ-ଯାନ ପଲିସିକୁ କ୍ୟାବିନେଟ ମୋହର

ଭୁବନେଶ୍ୱର,୨୮/୦୮/୨୦୨୧(ଓଡ଼ିଶା ସମାଚାର)-  ଓଡ଼ିଶାରେ ଅବଧି ଶେଷ ହୋଇଥିବା ପୁରୁଣା ଗାଡ଼ିଗୁଡ଼ିକୁ ରଦ୍ଧ ଓ ବୈଦ୍ୟୁତିକ ମୋଟରଯାନ କିଣିବା ପାଇଁ ପ୍ରୋତ୍ସାହିତ କରିବା ଉଦ୍ଧେଶ୍ୟରେ ରାଜ୍ୟ କ୍ୟାବିନେଟ “ଓଡ଼ିଶା ବୈଦ୍ୟୁତିକ ମୋଟରଯାନ ନୀତି-୨୦୨୧’କୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ୨୦୨୫ ମସିହା ସୁଦ୍ଧା ରାଜ୍ୟରେ ୨୦ ପ୍ରତିଶତ ଇଲେକ୍ଟ୍ରିକ ଅବା ବ୍ୟାଟେରୀ ଚାଳିତ ମୋଟରଯାନ ଚଳାଚଳ କରିବାକୁ ଏହି ନୀତିରେ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି । ଏହାସହିତ ରାଜ୍ୟ କ୍ୟାବିନେଟ ମୋଟ ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସନ୍ଧ୍ୟାରେ ଭର୍ଚୁଆଲ ମୋଡରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ସଚିବ ସୁରେଶ କୁମାର ମହାପାତ୍ର କହିଛନ୍ତି ଯେ, କ୍ୟାବିନେଟରେ ମୋଟ ୧୪ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଓଡ଼ିଶା ଇଲେକ୍ଟ୍ରିକ ଭେହିକିଲ ପଲିସି ବା ଓଡ଼ିଶା ବୈଦ୍ୟୁତିକ ମୋଟରଯାନ ନୀତି-୨୦୨୧କୁ ମଞ୍ଜୁରୀ ମିଳିଛି  । ରାଜ୍ୟରେ ୨୦୨୫ସୁଦ୍ଧା ବୈଦ୍ୟୁତିକ ଯାନ ଚଳପ୍ରଚଳସଂଖ୍ୟା ମୋଟର ଯାନର ୨୦ ପ୍ରତିଶତ କରିବା ଲକ୍ଷ୍ୟରେ ଏହି ଗାଡ଼ି ଓ ଏହାର ଯନ୍ତ୍ରାଂଶ,ବ୍ୟାଟେରୀ ଉତ୍ପାଦନକାରୀ ଉଦ୍ୟୋଗୀମାନଙ୍କୁ ଉତ୍ସାହିତ କରିବା ତଥା ଏ କ୍ଷେତ୍ରରେ ନବୀକରଣ ଓ ଗବେଷଣାକୁ ପ୍ରୋତ୍ସାହନର ବ୍ୟବସ୍ଥା ରହିଛି  । ଏହି ପ୍ରସ୍ତାବିତ ନୀତି ଆଧାରରେ ଉତ୍ପାଦନକାରୀ କମ୍ପାନୀ, ଯାନ ବ୍ୟବହାରକାରୀ ଲୋକଙ୍କୁ ଆର୍ଥିକ ରିହାତି ଦେବା ସହ ଗାଡ଼ି ପଞ୍ଜିକରଣ ଦେୟ ଓ ରୋଡ୍ ଟ୍ୟାକ୍ସ ଛାଡ଼ କରିବାର ପ୍ରାବଧାନ ଅଛି  । ଏମଏସଏମଇ ବିଭାଗର “ଷ୍ଟାର୍ଟଅପ୍’ପଲିସିରେ ଏହି ବୈଦ୍ୟୁତିକ ଯାନ ଉଦ୍ୟୋଗ ପାଇଁ ପ୍ରୋତ୍ସାହନ ଦିଆଯିବାର ବ୍ୟବସ୍ଥା ହୋଇଛି । ଓଡ଼ିଶା ସମାଚାର

About admin

Check Also

ଶିକ୍ଷାବିତ ପୁରୁଷୋତମ ସ୍ୱାଇଁ ଙ୍କ ପରଲୋକ

ରଘୁନାଥପୁର, ୦୭/୧୨/୨୦୨୧(ଓଡ଼ିଶା ସମାଚାର)- ରଘୁନାଥପୁର ବ୍ଲକ୍ ଗୁଆଳିପୁର ପଂଚାୟତ କୁର୍ତାଙ୍ଗ ଗ୍ରାମର ସୁନାମଧନ୍ୟ ଶିକ୍ଷକ ପୁରୁଷୋତମ ସ୍ୱାଇଁ ଙ୍କ ୬୭ …

Leave a Reply

Your email address will not be published. Required fields are marked *