Tuesday , October 3 2023
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୮୪୯ଜଣ ନୂତନ  କରୋନା ସଂକ୍ରମିତ ଚିହ୍ନଟ- ୧୧୯ ଜଣ ଶିଶୁ ଆକ୍ରାନ୍ତ  – ୬୯ଜଣଙ୍କ ମୃତ୍ୟୁ ହୋଇଥିବା ରେକର୍ଡ଼

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୮୪୯ଜଣ ନୂତନ  କରୋନା ସଂକ୍ରମିତ ଚିହ୍ନଟ- ୧୧୯ ଜଣ ଶିଶୁ ଆକ୍ରାନ୍ତ  – ୬୯ଜଣଙ୍କ ମୃତ୍ୟୁ ହୋଇଥିବା ରେକର୍ଡ଼

ଭୁବନେଶ୍ୱର,୨୯/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୮୪୯ଜଣ ନୂତନ  କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୪୯୧ ଜଣ  କ୍ୱାରେଣ୍ଟାଇ ନ୍ରୁ ଚିହ୍ନଟ ହୋଇଥିବା ବେଳେ ୩୫୮ ଜଣ ସ୍ଥାନୀୟ ସଂକ୍ରମିତ  । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୯ ଜଣ ଶିଶୁ ଆକ୍ରାନ୍ତ  ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୧ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୯୮ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୧ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬୧ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨୮ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍ ରୁ ୭୮ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୬୫୦୩  କୁ ବୃଦ୍ଧି ପାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ଜଣ କରୋନାରେ ମୃତ୍ୟୁ ବରଣ କରିଥିବା ରେକର୍ଡ଼ କରାଯାଇଛି । ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୧୯ଜଣ, ଅନୁଗୁଳ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ପୁରୀ ୨ଜଣ , କେନ୍ଦୁଝର ଜିଲ୍ଲାରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୮୩୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୬୫୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୯୦୭୯୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭୮୩୪ ଜଣ କରୋନାରେ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୭୮୨୦ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ  ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୭୯୪୭୩୬୧ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *