ଭୁବନେଶ୍ୱର,୩୦/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୦୯ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୭ ଜଣ ଶିଶୁ ରହିଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୩୫୪ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୫୫ ଜଣ ସ୍ଥାନୀୟ ସଂକ୍ରମିତ ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୭୧ଜଣ, ଦେଓଗଡ଼ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୩ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୩୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ ରୁ ୪୮ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୭୧୧୨ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ଜଣ କରୋନା ରେ ମୃତ୍ୟୁ ବରଣ କରିଥିବା ରେକର୍ଡ଼ କରାଯାଇଛି । ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨୦ଜଣ, ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ୯ଜଣ ଲେଖାଏଁ , ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ , ଢେଙ୍କାନାଳ, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କଳାହାଣ୍ଡି, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୯୦୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୭୧୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୯୧୬୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭୯୦୧ ଜଣ କରୋନା ରେ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଥିବା ରେକର୍ଡ଼ କରାଯାଇଛି । ଆଉ ୭୫୨୮ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୮୦୧୨୩୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର