Friday , September 22 2023
Breaking News
Home / ବିଶେଷ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୧୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ- ୧୨୫ ଜଣ ଶିଶୁ ଆକ୍ରାନ୍ତ-୫୩ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୧୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ- ୧୨୫ ଜଣ ଶିଶୁ ଆକ୍ରାନ୍ତ-୫୩ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୧/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୧୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୫ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୨୨ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୯୭ ଜଣ ଲୋକାଲ୍ କେସ୍ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୮୯ଜଣ, ଦେବଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩ଜଣ, ଯାଜପୁର ଜିଲ୍ଲାରୁ ୨୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୦ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ, ଷ୍ଟେଟ ପୁଲ୍ ରୁ ୫୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୮୪୬୯ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩ ଜଣ କରୋନାରେ ମୃତ୍ୟୁ ବରଣ କରିଥିବା ରେକର୍ଡ଼ କରାଯାଇଛି । ୫୩ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୬ଜଣ କରୋନା ଆକ୍ରାନ୍ତ ରହିଥିବା ବେଳେ କେନ୍ଦୁଝର ଓ ଜଗସିଂହପୁରରୁ ୬ଜଣ ଲେଖାଏଁ, କଟକ ଓ ପୁରୀରୁ ୫ଜଣ ଲେଖାଏଁ, ଯାଜପୁରରୁ ୪ଜଣ, ଭୁବନେଶ୍ବରରୁ ୩ଜଣ, କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏଁ, ନୟାଗଡ଼, ନବରଙ୍ଗପୁର, ବଲାଙ୍ଗୀର, ଅନୁଗୁଳ, ଝାରସୁଗୁଡ଼ା ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଝାରସୁଗୁଡ଼ାରୁ ଜଣେ ୮ବର୍ଷର ଶିଶୁ କନ୍ୟାର ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶିଶୁଟି ଗମ୍ଭୀର ରୋଗରେ ପୀଡିତ ଥିବା କୁହାଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୨୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୮୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୯୩୨୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୮୦୨୨ ଜଣ କରୋନାରେ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ୭୧୫୯ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଛନ୍ତି । ଗତକାଳି ସୁଦ୍ଧା ରାଜ୍ୟରେ ୧୮୧୩୪୨୮୮ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *