ଭୁବନେଶ୍ୱର,୦୨/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୩୮ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୧୬ ଜଣ ସ୍ଥାନୀୟ ସଂକ୍ରମିତ। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୮ ଜଣ ଶିଶୁ ଆକ୍ରାନ୍ତ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୧୦ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୫ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬୧ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୧୩ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୨୮ଜଣ, ରାୟଗଡ଼ା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬ଜଣ, ଷ୍ଟେଟ ପୁଲ୍ ରୁ ୫୯ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୯୨୨୩ କୁ ବୃଦ୍ଧି ପାଇଛି ।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, କଟକ ଏବଂ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୨୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୯୨୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୯୩୯୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୮୦୨୮ ଜଣ କରୋନାରେ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ୭୨୪୧ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ମୋଟ୍ ୧୮୨୦୦୯୭୬ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର
Home / ବିଶେଷ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ- ୧୦୮ ଜଣ ଶିଶୁ ଆକ୍ରାନ୍ତ- ୬ ଜଣ ଙ୍କ ମୃତ୍ୟୁ