ଭୁବନ,୦୨/୦୯/୨୦୨୧(ଓଡ଼ିଶା ସମାଚାର)- ଭୁବନ ବାଜିରାଉତ ସ୍ମୃତି ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡଃ କିଶୋରଚନ୍ଦ୍ର ଦାଶ ଓ ଅଧ୍ୟାପକ କୃଷ୍ଣଚନ୍ଦ୍ର ସାହୁଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ପ୍ରାଧ୍ୟାପକ ଅଜିତ କୁମାର ବେହେରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ଅଧ୍ୟାପକ ହିମାଂଶୁଶେଖର ମିଶ୍ର, ଅଧ୍ୟାପିକା ଡଃ ଶ୍ରାବଣୀ ଅଳପନା,ଆଲୁମିନି ଆସୋସିଏସନ ସଭାପତି ବିନୋଦ କଅଁର,ସମ୍ପାଦକ ପଣ୍ଡିତ ମାତୃପ୍ରସାଦ ମିଶ୍ର ପ୍ରମୁଖ ଉପସ୍ଥିତ ରହି ଅଧ୍ୟକ୍ଷ ଡଃ ଦାଶ ଓ ଅଧ୍ୟାପକ ଶ୍ରୀଯୁକ୍ତ ସାହୁ ଙ୍କ କର୍ମମୟଜୀବନ ସଂପର୍କରେ ଆଲୋକପାତ କରିବାସହିତ ସୁସ୍ଥ ନିରାମୟ ଜୀବନ କାମନା କରିଥିଲେ ଓ ଉଭୟଙ୍କୁ ପୁଷ୍ପଗୁଚ୍ଛ,ଉତରୀୟ ଏବଂ ଉପହାର ପ୍ରଦାନ କରାଯାଇ ସମ୍ବର୍ଦ୍ଧନା ଦିଆଯାଇଥିଲା । ମୁଖ୍ୟକିରାଣୀ କୈଳାସ ଚନ୍ଦ୍ର ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଓଡ଼ିଶା ସମାଚାର