ଭୁବନେଶ୍ୱର,୦୩/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୮୪୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୯୫ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୫୪ ଜଣ ସ୍ଥାନୀୟ ଆକ୍ରାନ୍ତ। ସେହିପରି ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୦ ଜଣ ଶିଶୁ ଆକ୍ରାନ୍ତ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୫୧ଜଣ, ବରଗଡ଼ ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୭ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୬ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୧୨ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, କନ୍ଧମାଳ ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କନ୍ଧମାଳ ଜିଲ୍ଲାରୁ ୧ ଜଣେ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୪୧ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୩୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ଜଣ, ଷ୍ଟେଟ ପୁଲ୍ ରୁ ୭୮ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୦୦୭୨ ରେ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୨ ଜଣ, ବାଲେଶ୍ୱର, କଟକ, ଢେଙ୍କାନାଳ, କେନ୍ଦ୍ରାପଡା ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୩୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୦୦୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୯୪୬୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୮୦୩୫ ଜଣ କରୋନା ରେ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୭୩୪୬ ସକ୍ରୀୟ ଆକ୍ରନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୮୨୭୨୨୨୩ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର
