ଭୁବନେଶ୍ୱର,୦୪/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୩୯୮ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୮୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୮ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୩୪ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୦୧ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୯ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯ଜଣ, ଯାଜପୁର ଜିଲ୍ଲାରୁ ୩୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାର ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୨ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୭ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୨୬ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ ପୁଲ୍ ରୁ ୪୮ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୦୭୫୩ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୫ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୪୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୦୭୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୯୫୪୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୮୦୪୦୯ ଜଣଙ୍କର କରୋରନା ରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୭୧୮୬ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୮୩୩୯୪୫୨ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୦୭୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୮୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୫୪୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୩୩୯୪୫୨ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ – ୧୧୮ ଜଣ ଶିଶୁ ଆକ୍ରାନ୍ତ – ୫ ଜଣଙ୍କ ମୃତ୍ୟୁ