ଭୁବନେଶ୍ୱର,୦୫/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୮୦୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୩୮ ଜଣ ସ୍ଥାନୀୟ ସଂକ୍୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩୧ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୯୮ଜଣ, ଦେବଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୭ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୩ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୪୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୧୭ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍ ରୁ ୮୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୧୫୫୮ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଥିବା ସୂଚନା । ମୃତକଙ୍କ ମଧ୍ୟରେ ଅନୁଗୁଳ ଓ ବାଲେଶ୍ୱରରୁ ୨ ଲେଖାଏଁ, ଭଦ୍ରକ,କଟକ ଓ ଖୋର୍ଦ୍ଧାରୁ ୧ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୪୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୧୫୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୯୬୩୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୮୦୪୭ ଜଣ କରୋନାରେ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟ ରୋଗରେ ମୃତ୍ୟୁ ହୋଇଛି । ଆଉ ୭୧୫୮ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୮୪୧୧୮୬୪ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୮୦୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ- ୧୩୧ ଜଣ ଶିଶୁ ସଂକ୍ରମିତ ଓ ୭ ଜଣଙ୍କ ମୃତ୍ୟୁ