Monday , December 6 2021
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୦୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୧୮ ବର୍ଷରୁ କମ୍ ବୟସର ୧୨୨ ଜଣ ଶିଶୁ ଆକ୍ରାନ୍ତ -୮ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୦୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୧୮ ବର୍ଷରୁ କମ୍ ବୟସର ୧୨୨ ଜଣ ଶିଶୁ ଆକ୍ରାନ୍ତ -୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୬/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୦୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୪ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୫୫ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୨ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୧ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୧୮ଜଣ, ବଲାଙ୍ଗୀରରୁ ୪ ଜଣ, କଟକ ଜିଲ୍ଲାରୁ ୧୧୩ଜଣ, ଦେବଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୩୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୮ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍ ରୁ ୪୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୨୧୬୭ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୨୧୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୯୭୦୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୮୦୫୫ ଜଣଙ୍କର କରୋନା ରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୬୯୯୬ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୮୪୭୭୧୩୨ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଅର୍ଦ୍ଧଦଗ୍ଧ ଅଜଣା ମୃତଦେହ ଉଦ୍ଧାର

କଟକ ,୦୪/୧୨/୨୦୨୧(ଓଡ଼ିଶା ସମାଚାର/ ଦେବାଶିଷ ରଥ)- କଟକ ପୁରିଘାଟ ଥାନା ଅନ୍ତର୍ଗତ ଗଣେଷଘାଟ ଘାଟ ଗଡାରେ ମିଳିଲା ଏକ ଅର୍ଦ୍ଧଦଗ୍ଧ …

Leave a Reply

Your email address will not be published. Required fields are marked *