ଭୁବନେଶ୍ୱର,୦୭/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୩୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୨ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୬୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୩ ଜଣ ଶିଶୁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୭ଜଣ, ବାଲେଶ୍ୱର ଜିଲ୍ଲାରୁ ୩୩ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧରୁ ଜଣେ, କଟକ ଜିଲ୍ଲାରୁ ୬୬ଜଣ, ଦେବଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ୯ ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୪୫ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ରାୟଗଡ଼ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ଜଣ, ଷ୍ଟେଟ ପୁଲ୍ ରୁ ୫୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୨୮୦୫ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟାରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସେମାନଙ୍କ ମଧ୍ୟରେ ଅନୁଗୁଳ ଜିଲାରେ ୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ସେହିଭଳି କଟକ ଜିଲାରେ ୨ ଜଣ କରୋନା ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି। ଖୋର୍ଦ୍ଧା ଜିଲାରେ ୨ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ ପୁରୀ ଜିଲାରେ ଜଣେ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୦୬୨କୁ ବୃଦ୍ଧିପାଇଛି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୨୮୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୯୭୭୯୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୮୦୬୨ ଜଣ କରୋନାରେ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ୧୮୫୩୪୪୩୫ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୩୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୯୩ ଜଣ ଶିଶୁ ସଂକ୍ରମିତ – ୭ ଜଣ ଙ୍କ ମୃତ୍ୟୁ