Wednesday , December 8 2021
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ – ୧୦୨ ଜଣ ଶିଶୁ ଆକ୍ରାନ୍ତ – ୮ ଆକ୍ରାନ୍ତଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ – ୧୦୨ ଜଣ ଶିଶୁ ଆକ୍ରାନ୍ତ – ୮ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୦୮/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତର ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୬୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୩ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୧୯ ଜଣ ସ୍ଥାନୀୟ ସଂକ୍ରମିତ। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୨ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୧୯ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୪ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬ଜଣ, ଷ୍ଟେଟ ପୁଲ୍ ରୁ ୭୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୩୫୬୭ କୁ ବୃଦ୍ଧି ପାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୩୫୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୯୮୫୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୮୦୭୦ ଜଣ ଙ୍କର କରୋନା ରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୬୮୫୩ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ  ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୮୫୯୯୦୩୭ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଭାରିଗୋଳରେ ଅଗ୍ନୀକାଣ୍ଡ, ମହିଳା ଗୁରୁତର ଗାଈ ବାଛୁରୀ ଅର୍ଦ୍ଧ ଦଗ୍ଧ

ଗରଦପୁର,୦୫/୧୨/୨୦୨୧(ଓଡ଼ିଶା ସମାଚାର)-ଗରଦପୁର ବ୍ଲକ୍ ଅନ୍ତର୍ଗତ ବଡ଼ବେତ୍ରା ପଂଚାୟତସ୍ଥିତ ଭାରିଗୋଳ ଗ୍ରାମର ରବିନ୍ଦ୍ର ମହାନ୍ତିଙ୍କର ୨ ବଖରା ଚାଳ ଛପର ଗୁହାଳ …

Leave a Reply

Your email address will not be published. Required fields are marked *