Wednesday , October 4 2023
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୭୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ- ୧୧୭ ଜଣ ଶିଶୁ ସଂକ୍ରମିତ – ୮ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୭୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ- ୧୧୭ ଜଣ ଶିଶୁ ସଂକ୍ରମିତ – ୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୯/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୭୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୮ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୨୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୭ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୪୧ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୧୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୭୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୬ଜଣ, ଯାଜପୁର ଜିଲ୍ଲାରୁ ୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨୭ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନାଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍ ରୁ ୭୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୪୩୩୮ କୁ ବୃଦ୍ଧି ପାଇଛି ।
ଅନ୍ୟ ପ’ରେ ଗତ ୨୪ ଘଣ୍ଟାରେ ୮ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଛନ୍ତି । ଯାଜପୁର, ମୟୁରଭଞ୍ଜ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୪୩୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୯୯୧୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୮୦୭୮ ଜଣ କରୋନା ରେ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟ ରୋଗରେ ମୃତ୍ୟୁ ହୋଇଛି । ଆଉ ୭୦୪୨ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୮୬୬୪୦୭୪ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶଶ ସମାଚାର

Leave a Reply

Your email address will not be published. Required fields are marked *