ଭୁବନେଶ୍ୱର,୧୦/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୪୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୫ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୧୦ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୯ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦ଜଣ, ବାଲେଶ୍ୱର ଜିଲ୍ଲାରୁ ୩୨ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୧୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୨୭ଜଣ, କନ୍ଧମାଳରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯୭ଜଣ, କୋରାପୁଟ ଜିଲ୍ଲାରୁ ୧ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୧୭ ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪ଜଣ, ଷ୍ଟେଟ ପୁଲ୍ ରୁ ୭୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୪୩୩୮ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ଅନୁଗୁଳ, କଟକ, ଜଗତସିଂହପୁର,କେନ୍ଦ୍ରପଡ଼ା, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୫୦୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୯୯୮୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୮୦୮୪ ଜଣଙ୍କର କରୋନା ରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୭୦୮୭ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୮୭୩୦୧୮୦ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର
Home / ବିଶେଷ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୪୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ- ୧୧୯ ଜଣ ଶିଶୁ ସଂକ୍ରମିତ – ୬ ଜଣଙ୍କ ମୃତ୍ୟୁ