Tuesday , September 28 2021
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୩୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୧୧୬ ଜଣ ଶିଶୁ ଆକ୍ରାନ୍ତ – ୮ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୩୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୧୧୬ ଜଣ ଶିଶୁ ଆକ୍ରାନ୍ତ – ୮ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୧/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୩୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୮ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୬୨ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୬ ଜଣ ଶିଶୁ ରହିଛନ୍ତି ।ଅନୁଗୁଳ ଜିଲାରୁ ୫, ବାଲେଶ୍ୱର ୨୩, ବରଗଡ ୪, ଭଦ୍ରକ ୧୦, ବଲାଙ୍ଗିର ୩ ଓ ବଉଦ ଜିଲାରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିଭଳି କଟକରୁ ୧୧୮, ଦେବଗଡ ୪, ଢେଙ୍କାନାଳ ୧୨, ଗଜପତି ୩, ଗଞ୍ଜାମ ୩, ଜଗତସିଂହପୁରରୁ ୧୧ ଜଣ ଚିହ୍ନଟ ହୋଇଛନ୍ତି। ଯାଜପୁର ଜିଲାରେ ୩୨, ଝାରସୁଗୁଡା ୧, କଳାହାଣ୍ଡି ୧, କନ୍ଧମାଳ ୨ ଓ କେନ୍ଦ୍ରାପଡାରୁ ୮ ଚିହ୍ନଟ ହୋଇଛନ୍ତି। କେନ୍ଦୁଝରରେ ୪, ଖୋର୍ଦ୍ଧା ୨୨୧, କୋରାପୁଟରେ ୯, ମାଲକାନଗିରି ୪, ମୟୁରଭଞ୍ଜ ୨୦, ନବରଙ୍ଗପୁର ୨, ନୟାଗଡରେ ୧୭ ଚିହ୍ନଟ ହୋଇଛନ୍ତି। ନୂଆପଡାରୁ ୧, ପୁରୀ ୧୬, ରାୟଗଡା ୭, ସମ୍ବଲପୁର ୧୩, ସୁନ୍ଦରଗଡ ୨୨, ଷ୍ଟେଟପୁଲରୁ ୫୩ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୫୭୧୩ ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ଆକ୍ରାନ୍ତଙ୍କର ମୃତୁ୍ୟ ହୋଇଛି । କଟକ ଜିଲ୍ଲାରୁ ୨ ଜଣ, ବଲେଶ୍ବର ,ଢ଼େଙ୍କନାଳ, ଜଗତସିଂହପୁର, ଯାଜପୁର, ମାଲକାନଗିରି ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ଗତକାଲିସୁଦ୍ଧା ମୋଟ୍ ୧୦୧୫୭୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୦୦୫୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୮୦୯୨ ଜଣ କରୋନା ରେ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ୭୦୨୦ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲିସୁଦ୍ଧା ରାଜ୍ୟରେ ୧୮୭୯୩୯୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୫୭୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୨୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୦୦୫୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୭୯୩୯୯୭ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ- ୫୯ ଜଣ ଶିଶୁ ଆକ୍ରାନ୍ତ – ୫ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି …

Leave a Reply

Your email address will not be published. Required fields are marked *