Tuesday , September 28 2021
Breaking News
Home / କ୍ରୀଡ଼ା / ପ୍ରମୋଦ ଭଗତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

ପ୍ରମୋଦ ଭଗତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

ଭୁବନେଶ୍ୱର,୧୧/୦୯/୨୦୨୧(ଓଡ଼ିଶା ସମାଚାର)- ଟୋକିଓ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତି ରାଜ୍ୟ ଓ ଦେଶ ପାଇଁ ଗୌରବ ଆଣିଥିବା ପାରା ବ୍ୟାଡମିଂଟନ ଖେଳାଳି ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧନା ଅବସରରେ ମୁଖ୍ୟମନ୍ତ୍ରୀ ପ୍ରମୋଦଙ୍କୁ ୬ କୋଟିର ଚେକ୍ ପ୍ରଦାନ କରିଥିଲେ । ଏଥିସହ ପ୍ରମୋଦଙ୍କୁ ଗ୍ରେଡ୍ ଏ ପାହ୍ୟାର ସରକାରୀ ଚାକିରୀ ମଧ୍ୟ ପ୍ରଦାନ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପାରାବ୍ୟାଡମିଂଟନ ରେ ଦେଶର ପ୍ରଥମ ଅଲିମ୍ପିକ୍ସ ସ୍ୱର୍ଣ୍ଣ ଆଣିଥିବା ପ୍ରମୋଦ ଭଗତ ଦେଶର କ୍ରୀଡ଼ା ଇତିହାସରେ ନିଜର ଛାପ ଛାଡ଼ିଛନ୍ତି । ତାଙ୍କ ସଫଳତା ଅନ୍ୟ କ୍ରୀଡ଼ାବିତମାନଙ୍କୁ ଅନୁପ୍ରାଣିତ କରିବ । ସମ୍ବର୍ଦ୍ଧିତ ହେବା ପରେ ପ୍ରତିକ୍ରିୟା ରଖି ପ୍ରମୋଦ କହିଛନ୍ତି ଯେ ବହୁ ଘାତ ପ୍ରତିଘାତ ମଧ୍ୟରେ ଆଗକୁ ଆସି ସେ ସ୍ୱର୍ଣ୍ଣ ଜିତିଛନ୍ତି ।
ଏହି ସଫଳତା ପଛରେ ତାଙ୍କ ଗାଁ ଲୋକ ଓ କୋଚଙ୍କ ଅବଦାନ ରହିଛି । ଏହାଛଡ଼ା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସହଯୋଗ କରିଛନ୍ତି ବୋଲି ସେ କହିଛନ୍ତି । ଡେପୁଟି କଲେକ୍ଟର ହେବା ପାଇଁ ସେ ଇଚ୍ଛା ବ୍ୟକ୍ତ କରିଛନ୍ତି । ତେବେ ଚାକିରି ନେଇ ରାଜ୍ୟ ସରକାର ଯାହା ନିଷ୍ପତି ନେବେ ତାହାକୁ ଗ୍ରହଣ କରିବେ ବୋଲି ସେ କହିଛନ୍ତି ।ଏହି ଅବସରରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, ହକି ପ୍ରମୋସନ କାଉନସିଲର ଅଧ୍ୟକ୍ଷ ଦିଲୀପ ତିର୍କୀ, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ.ପାଣ୍ଡିଆନ, କ୍ରୀଡ଼ା ସଚିବ ଆର.ଭିନିଲ କ୍ରିଷ୍ଣା ଉପସ୍ଥିତ ଥିଲେ ।ଏହା ପୂର୍ବରୁ ପୂର୍ବାହ୍ନରେ ପାରାଲିମ୍ପିଆନ୍ ପ୍ରମୋଦ ଭଗତ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା ଦିଆଯାଇଥିଲା ଏବଂ ତାଙ୍କୁ ଶୋଭାଯାତ୍ରାରେ ନିଆଯାଇଥିଲା । ନିକଟରେ ଟୋକିଓରେ ଅନୁଷ୍ଠିତ ପାରା- ଅଲିମ୍ପିିକ୍ସରେ ପ୍ରମୋଦ ଭଗତ ବ୍ୟାଡମିଂଟନରେ ପ୍ରଥମ ଭାରତୀୟ ଭାବେ ସ୍ୱର୍ଣ୍ଣ ପଦକ ହାସଲ କରିଥିଲେ । ଓଡ଼ିଶା ସମାଚାର

About admin

Check Also

ଜଗତସିଂହପୁର ଜିଲ୍ଲାରେ ଦୁର୍ଗାପୂଜା ପାଳନ ଉପଲକ୍ଷେ  ପ୍ରସ୍ତୁତି ବୈଠକ

ଜଗତସିଂହପୁର ୨୭/୦୯/୨୦୨୧(ଓଡ଼ିଶା ସମାଚାର)–ଚଳିତ ବର୍ଷ ଜଗତସିଂହପୁର ଜିଲ୍ଲାରେ ଦୁର୍ଗାପୂଜା ପାଳନ  ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ …

Leave a Reply

Your email address will not be published. Required fields are marked *