ଭୁବନେଶ୍ୱର,୧୧/୦୯/୨୦୨୧(ଓଡ଼ିଶା ସମାଚାର)- ମାହାଙ୍ଗା ବିଧାୟକ ତଥା ରାଜ୍ୟ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ଆଇନମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ ଥିବା ସୂଚନା ମିଳିଛି। ଶୁକ୍ରବାର ରାତିରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ବରର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥ୍ୟ ପରୀକ୍ଷା ସମୟରେ ତାଙ୍କର ଛାତିରେ ଦୁଇଟି ବ୍ଲକେଜ ଥିବା ଜଣାପଡ଼ିଲା। ଏହାପରେ ଅସ୍ତ୍ରୋପଚାର କରି ଦୁଇଟି ଷ୍ଟେଣ୍ଟ ଲଗାଯାଇଥିବା ସୂଚନା ମିଳିଛି । ବର୍ତ୍ତମାନ ମନ୍ତ୍ରୀ ଶ୍ରୀ ଜେନାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା ତାଙ୍କ କାର୍ୟ୍ୟାଳୟ ସୂତ୍ରରୁ ପ୍ରକାଶ। ମନ୍ତ୍ରୀ ଶ୍ରୀ ଜେନା ଅସୁସ୍ଥ ହୋଇ ହସପିଟାଲ ରେ ଚିକିତ୍ସାଧିନ ଥିବା ଖବର ଆଜି ଜଣାପଡ଼ିବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଦଳୀୟ ରାଜନେତା ଓ କର୍ମୀ ଙ୍କ ପକ୍ଷରୁ ତାଙ୍କର ଆଶୁ ଆରୋଗ୍ୟ କାମନା କରାଯାଇ ବିଭିନ୍ନ ଦେବାଦେବୀ ମନ୍ଦିର ରେ ଦୀପ ଦାନ କରାଯାଇଥିବା ସୂଚନା ମିଳିଛି । ଓଡ଼ିଶା ସମାଚାର