Friday , September 30 2022
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୪୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୧୦୩ ଜଣ ଶିଶୁ ଆକ୍ରାନ୍ତ – ୬ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୪୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୧୦୩ ଜଣ ଶିଶୁ ଆକ୍ରାନ୍ତ – ୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୨/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୪୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୧ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୬୮ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୩ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯ଜଣ, ବାଲେଶ୍ୱର ଜିଲ୍ଲାରୁ ୩୭ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮୪ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩୭ଜଣ, ଯାଜପୁର ଜିଲ୍ଲାରୁ ୩୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୪ଜଣ, କେନ୍ଦୁଝର ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩୫ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩୦ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୭ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫ଜଣ, ଷ୍ଟେଟ ପୁଲ୍ ରୁ ୫୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୬୩୬୨ କୁ ବୃଦ୍ଧି ପାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟାରେ ୬ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱର ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୯୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୬୩୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୦୧୨୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୮୦୯୮ ଜଣ ଙ୍କର କରୋନା ରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ୬୯୫୭ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ  ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୮୮୫୪୨୯୫ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.