Tuesday , September 28 2021
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୨୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୫୫ ଜଣ ଶିଶୁ ଆକ୍ରାନ୍ତ – ୪ ମୃତ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୨୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୫୫ ଜଣ ଶିଶୁ ଆକ୍ରାନ୍ତ – ୪ ମୃତ

ଭୁବନେଶ୍ୱର,୧୪/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୨୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୨ ଜଣ କ୍ୱାରେଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୧୭୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୫ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୮ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୪୬ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୨୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୭୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ , ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍ରୁ ୪୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୭୨୬୧ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ରେ ୪ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ କଟକ ଓ ପୁରୀ ଜିଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୦୮କୁ ବୃଦ୍ଧିପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୭୨୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୮୧୦୮ ଜଣ ଙ୍କର କରୋନା ରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୬୨୯୦ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ- ୫୯ ଜଣ ଶିଶୁ ଆକ୍ରାନ୍ତ – ୫ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି …

Leave a Reply

Your email address will not be published. Required fields are marked *