Monday , October 2 2023
Breaking News
Home / ବିଶେଷ / ସୁନ୍ଦରଗଡ଼ ଜିଲା ପାଇଁ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼ ଜିଲା ପାଇଁ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା/ ଭୁବନେଶ୍ୱର,୧୪/୦୯/୨୦୨୧(ଓଡ଼ିଶା ସମାଚାର)- ଅବିଶ୍ରାନ୍ତ ବର୍ଷା ସତ୍ତ୍ବେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲା ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଆଇଜିଏଚ ସୁପର ସ୍ପେଶାଲିଟି ହସ୍ପିଟାଲ ପରିସରରେ ଆୟୋଜିତ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୁନ୍ଦରଗଡ଼ ଜିଲା ପାଇଁ ଏହି ସ୍ୱାସ୍ଥ୍ୟ ସେବାର ଶୁଭାରମ୍ଭ କରି ସେ କହିଛନ୍ତି । ପ୍ରତ୍ୟେକ ପରିବାର ଓ ପ୍ରତ୍ୟେକ ଜୀବନ ମୋ ପାଇଁ ମୂଲ୍ୟବାନ। ରାଜ୍ୟବାସୀଙ୍କ ବିକାଶକୁ ମୋ ସରକାର ସବୁବେଳେ ପ୍ରାର୍ଥମିକତା ଦେଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬୦୦ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ୫ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ, ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ରଘୁନାଥପାଲି ବିଧାୟକ ସୁବ୍ରତ ତରାଇ ପ୍ରମୁଖ କାର୍ୟ୍ୟକ୍ରମରେ ଉପସ୍ଥିତ ଥିଲେ ।
ବିଧାୟକ ଶ୍ରୀ ନାୟକ ସ୍ୱାଗତ ଭାଷଣ ଦେଇଥିଲେ। ବିଧାୟକ ସୁବ୍ରତ ତରାଇ ଧନ୍ୟବାଦ ଦେଇଥିଲେ। ଆକାଶ ଦାସ ନାୟକ ଓ ଶ୍ରୀମୟୀ ମିଶ୍ର କାର୍ୟ୍ୟକ୍ରମ ସଂଯୋଜନା କରିଥିଲେ। ସୁନ୍ଦରଗଡ଼ ଜିଲ୍ଲାର ମୋଟ ୪ ଲକ୍ଷ ୩୭ ହଜାର ୩୩୩ ରାସନକାର୍ଡ ଧାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ବଣ୍ଟନ କରାଯିବ। ଏହି କାର୍ଡରୁ ଜିଲ୍ଲାର ମୋଟ ୧୫ ଲକ୍ଷ ୯ ହଜାର ୬୩୧ ଲୋକ ମାଗଣା ସ୍ବାସ୍ଥ୍ୟ ସେବା ପାଇବେ। ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *