Tuesday , September 28 2021
Breaking News
Home / ବିଶେଷ / କରୋନାରେ ମୃତ୍ୟୁ ବରଣ କରିଥିବା ଗଞ୍ଜାମ ଜିଲ୍ଲାର ୭ ସାମ୍ବାଦିକଙ୍କ ପରିବାରକୁ ଅନୁକମ୍ପାମୂଳକ ରାଶି ପ୍ରଦାନ

କରୋନାରେ ମୃତ୍ୟୁ ବରଣ କରିଥିବା ଗଞ୍ଜାମ ଜିଲ୍ଲାର ୭ ସାମ୍ବାଦିକଙ୍କ ପରିବାରକୁ ଅନୁକମ୍ପାମୂଳକ ରାଶି ପ୍ରଦାନ

ଗଞ୍ଜାମ, ୧୫/୦୯/୨୦୨୧(ଓଡ଼ିଶା ସମାଚାର)- ରାଜ୍ୟ ସରକାରଙ୍କ ପକ୍ଷରୁ ଗଞ୍ଜାମ ଜିଲ୍ଲାର ଦିବଂଗତ ୭ କରୋନା ଯୋଦ୍ଧା ସାମ୍ବାଦିକଙ୍କ ପରିବାରକୁ ଆଜି ଅନୁକମ୍ପାମୂଳକ ରାଶି ୧୫ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି । ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କାର୍ୟ୍ୟକ୍ରମରେ ୭ ଜଣ ମୃତ କୋଭିଡ ଯୋଦ୍ଧାଙ୍କ ପରିବାରଙ୍କୁ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଜଣେ ପିଛା ୧୫ ଲକ୍ଷ ଟଙ୍କାର ଚେକ ପ୍ରଦାନ କରିଥିଲେ । ଜିଲ୍ଲାର ବହୁ ସାମ୍ବାଦିକ କରୋନାରେ ଆକ୍ରାନ୍ତ ହେବା ସହ କିଛି ଜଣଙ୍କ ଦେହାନ୍ତ ହୋଇଥିବାରୁ ଜିଲ୍ଲାପାଳ ଦୁଃଖ ପ୍ରକାଶ କରିଥିଲେ । ଗୋବିନ୍ଦ ବେହେରା, ନରେଶ କୁମାର ବେହେରା, ରତ୍ନାକର ମହାରଣା, ପ୍ରଦୀପ କୁମାର ସାହୁ, କିଶୋର ଚନ୍ଦ୍ର ଦାଶ, କରୁଣାକର ସାହୁ, ନୀଳୟ ରଞ୍ଜନ ପଟ୍ଟନାୟକ କରୋନାରେ ଆକ୍ରନ୍ତ ହୋଇ ଚିକିତ୍ସାଧିନ ଅବସ୍ଥାରେ ସେମାନଙ୍କର ଦେହାନ୍ତ ହୋଇଥିଲା । ଆଜି ଗଞ୍ଜାମ ଜିଲ୍ଲାର ଏହି ୭ ଜଣଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଥିବା ଜଣେ ପିଛା ୧୫ ଲକ୍ଷ ଟଙ୍କାର ଚେକ ପ୍ରଦାନ କରାଯାଇଛି । ଏନେଇ ସମସ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାଧୁବାଦ ଜଣାଇବା ସହ କେନ୍ଦ୍ର ସରକାରଙ୍କ ପକ୍ଷରୁ ମଧ୍ୟ କିଛି ଆର୍ଥିକ କ୍ଷତି ପ୍ରଦାନ କରିଥିଲେ ଭଲ ହୋଇଥାନ୍ତା ବୋଲି କହିଥିଲେ । ସେହିପରି ଆର୍ଶୀବାଦ ଯୋଜନା ପୁନଃ କାର୍ୟ୍ୟକ୍ଷମ ପାଇଁ ମଧ୍ୟ ନିବେଦନ କରିଥିଲେ । ଆୟୋଜିତ କାର୍ୟ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରାଙ୍କ ସମେତ ଯୋଦ୍ଧାଙ୍କ ପରିବାର ସଦସ୍ୟ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About admin

Check Also

ଜଗତସିଂହପୁର ଜିଲ୍ଲାରେ ଦୁର୍ଗାପୂଜା ପାଳନ ଉପଲକ୍ଷେ  ପ୍ରସ୍ତୁତି ବୈଠକ

ଜଗତସିଂହପୁର ୨୭/୦୯/୨୦୨୧(ଓଡ଼ିଶା ସମାଚାର)–ଚଳିତ ବର୍ଷ ଜଗତସିଂହପୁର ଜିଲ୍ଲାରେ ଦୁର୍ଗାପୂଜା ପାଳନ  ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ …

Leave a Reply

Your email address will not be published. Required fields are marked *