Tuesday , September 28 2021
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୫୭ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୧୯୨ ଜଣ ସ୍ଥାନୀୟ ସଂକ୍ରମିତ – ୬ ଜଣଙ୍କର ମୃତ୍ୟୁ 

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୫୭ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୧୯୨ ଜଣ ସ୍ଥାନୀୟ ସଂକ୍ରମିତ – ୬ ଜଣଙ୍କର ମୃତ୍ୟୁ 

ଭୁବନେଶ୍ୱର,୧୫/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୫୭ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୫ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୯୨ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୩ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪୪ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୭ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ ରୁ ୪୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୭୭୧୮ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୬ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩,କଟକରୁ ୨, ଯାଜପୁରର ଜଣେ ସଂକ୍ରମିତ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୭୭୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୦୩୬୦୩ଜଣ ସୁସ୍ଥ ହୋଇଛନ୍ତି । ୮୧୧୪ ଜଣଙ୍କର ମରୋନାରେ ମୃି୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୯୪୮ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୯୦୦୫୨୯୩ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଜଗତସିଂହପୁର ଜିଲ୍ଲାରେ ଦୁର୍ଗାପୂଜା ପାଳନ ଉପଲକ୍ଷେ  ପ୍ରସ୍ତୁତି ବୈଠକ

ଜଗତସିଂହପୁର ୨୭/୦୯/୨୦୨୧(ଓଡ଼ିଶା ସମାଚାର)–ଚଳିତ ବର୍ଷ ଜଗତସିଂହପୁର ଜିଲ୍ଲାରେ ଦୁର୍ଗାପୂଜା ପାଳନ  ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ …

Leave a Reply

Your email address will not be published. Required fields are marked *