ଭୁବନେଶ୍ୱର,୧୬/୦୯/୨୦୨୧(ଓଡ଼ିଶା ସମାଚାର / ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୨୪୪ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୭ ଜଣ ଶିଶୁ ଓ କିଶୋର କରୋନା ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୬ ଜଣ, ବାଲେଶ୍ୱରରୁ ୧୭ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୭ ଜଣ, କଟକରୁ ୮୭ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୯ ଜଣ, ଜଗତସିଂହପୁରରୁ ୧୩ ଜଣ, ଯାଜପୁରରୁ ୨୯ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୬୧ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୭ ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୧୮ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ୱଲପୁରରୁ ୬ ଜଣ,ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୮୨୯୮ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୪ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଜଗତସିଂହପୁର ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୮୨୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୦୪୧୬୪ଜଣ ସୁସ୍ଥ ହୋଇଛନ୍ତି । ୮୧୧୮ ଜଣ କରେନା ରେ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୯୬୩ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୯୦୬୬୦୧୫ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର