Wednesday , May 31 2023
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୨୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୯୬ ଜଣ ଶିଶୁ ସଂକ୍ରମିତ – ୪ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୨୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୯୬ ଜଣ ଶିଶୁ ସଂକ୍ରମିତ – ୪ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୭/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୨୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୭ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୬୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତ ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୬ ଜଣ ଶିଶୁ ରହିଛନ୍ତି ।
ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨ ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀରରୁ ଜଣେ, କଟକ ଜିଲ୍ଲାରୁ ୭୨ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨୬ ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯୧ଜଣ, କୋରାପୁଟ ଜିଲ୍ଲାରୁ ୧୬ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୩ ଜଣ, ଷ୍ଟେଟ୍ ପୁଲ୍ ରୁ ୬୬ଜଣ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୮୯୨୬ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୪ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ଭଦ୍ରକ, କଟକ, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୨୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୮୯୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୦୪୮୪୫ଜଣ ସୁସ୍ଥ ହୋଇଛନ୍ତି । ୮୧୨୨ ଜଣ କରୋନାରେ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୯୦୬ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୩୧୨୮୨୫୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.