Tuesday , June 6 2023
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୯୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୮୩ ଜଣ ଶିଶୁ ଆକ୍ରାନ୍ତ – ୬ ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୯୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୮୩ ଜଣ ଶିଶୁ ଆକ୍ରାନ୍ତ – ୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୯୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦୧ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୯୪ ଜଣ ସ୍ଥ୍ାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୩ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ଜଣ, ଭଦ୍ରକ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୯୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୫ଜଣ, ଯାଜପୁର ଜିଲ୍ଲାରୁ ୩୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୨୩ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍ ରୁ ୭୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୯୬୨୧ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟାରେ ୬ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, କୋରାପୁଟ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୨୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୯୬୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୦୫୫୬୪ଜଣ ସୁସ୍ଥ ହୋଇଛନ୍ତି । ୮୧୨୮ ଜଣ ଙ୍କର କରୋନା ରେ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରେନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୮୭୬ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୯୧୯୩୭୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.