Tuesday , October 3 2023
Breaking News
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୨୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୯୫ ଜଣ ଶିଶୁ ଆକ୍ରାନ୍ତ – ୭ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୨୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୯୫ ଜଣ ଶିଶୁ ଆକ୍ରାନ୍ତ – ୭ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୯/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୨୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୨ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୬୧ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୫ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୭୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୯ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ଼୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୨ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍ ରୁ ୬୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୦୨୪୪ରେ ପହଞ୍ଚିଛି ।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୭ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର ଓ ଖୋର୍ଦ୍ଧ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୦୨୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୭୩୬ଟି ୧୦୦୬୩୨୦ଜଣ ସୁସ୍ଥ ହୋଇଛନ୍ତି । ୮୧୩୫ ଜଣ କରୋନା ରେ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ୫୭୩୬ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବାବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୯୨୫୬୬୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *