Wednesday , October 20 2021
Breaking News
Home / ବିଶେଷ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୬୨ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୭୦ ଜଣ ଶିଶୁ ଆକ୍ରାନ୍ତ – ୫ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୬୨ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୭୦ ଜଣ ଶିଶୁ ଆକ୍ରାନ୍ତ – ୫ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୧/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୬୨ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୮ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୯୪ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୦ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୧୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩୧ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୦୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍ ରୁ ୪୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୧୨୧୬ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୫ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଅନୁଗୁଳ, ବାଲେଶ୍ୱର, କଟକ, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୪୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୧୨୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୦୭୬୬୬ଜଣ ସୁସ୍ଥ ହୋଇଛନ୍ତି । କରୋନାରେ ୮୧୪୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୩୫୧ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୯୩୭୬୩୨୬ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ମାଟି ତଳୁ ଉଦ୍ଧାର ସୁନା ଚେନ୍ ଓ ପାଉଁଜି ମମିତାଙ୍କର , ଫେରାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଗିରଫ

କଳାହାଣ୍ଡି ୧୯/୧୦/୨୦୨୧(ଓଡ଼ିଶା ସମାଚାର)- ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାର ତଦନ୍ତ ରେ ଅଗ୍ରଗତି ଘଟିଛି । …

Leave a Reply

Your email address will not be published. Required fields are marked *