Friday , September 22 2023
Breaking News
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ – ୧୦୧ ଜଣ ଶିଶୁ ଆକ୍ରାନ୍ତ – ୪ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ – ୧୦୧ ଜଣ ଶିଶୁ ଆକ୍ରାନ୍ତ – ୪ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୨/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୭୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୪ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୩୧୦ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୧ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୯୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩୨ଜଣ, ଯାଜପୁର ଜିଲ୍ଲାରୁ ୨୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩୫ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୭ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୭ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍ ରୁ ୮୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୧୯୫୦ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୪ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ କଟକ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୫୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୧୯୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୦୮୨୨୬ଜଣ ସୁସ୍ଥ ହୋଇଛନ୍ତି । ୮୧୫୦ ଜଣ କରୋନାରେ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୫୨୧ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୯୪୪୫୬୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *