Thursday , October 21 2021
Breaking News
Home / ବିଶେଷ / ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ଆଜି

ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ଆଜି

ଭୁବନେଶ୍ୱର,୨୨/୦୯/୨୦୨୧(ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ  ବଲାଙ୍ଗିର ଗସ୍ତ ଆଜି  । ବଲାଙ୍ଗିର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ଼ ବଣ୍ଟନର ଶୁଭାରମ୍ଭ କରିବା ସହ ବଲାଙ୍ଗିରର ବିକାଶ ପାଇଁ ପ୍ରାୟ ୬ଶହ କୋଟି ଟଙ୍କା ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ଥର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଏଥି ସହ ହରିଶଙ୍କର ଓ ନୃସିଂହନାଥ ରୁପାନ୍ତର ପ୍ରକଳ୍ପର ଶିଳାନ୍ୟାସ କରିବେ । ମୁଖ୍ୟମନ୍ତ୍ରୀ ବୁଧବାର ସ୍ବତନ୍ତ୍ର ବିମାନ ଯୋଗେ ସକାଳ ସାଢ଼େ ୧୦ ଟାରେ ତୁଷୁରା ଏୟାରଷ୍ଟ୍ରିପ ରେ ପହଞ୍ଚି ସେଠାରୁ ଟିଟିଲାଗଡ଼ ମିନି ଷ୍ଟାଡିୟମ ଯାଇ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ୍ କାର୍ଡ଼ ବଣ୍ଟନ କରିବେ ।

ଏହା ପରେ ପାଟଣାଗଡ଼ରେ ବିଜୁ ସ୍ବାସ୍ଥ୍ୟ ହେଲଥ୍ କାର୍ଡ଼ ବଣ୍ଟନ ସହ ହରିଶଙ୍କର ଓ ନୃସିଂହନାଥ ବିକାଶ ପ୍ରକଳ୍ପର ଶିଳାନ୍ୟାସ କରିବେ । ବଲାଙ୍ଗିର ଅତ୍ୟାଧୁନିକ ବସଷ୍ଟାଣ୍ଡ ଉଦ୍ଘାଟନ କରିବା ସହ ପାନୀୟ ଜଳ ଯୋଗାଣ, କୃଷି ଜଳସେଚନ ଭଳି ବିକାଶ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ୟ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଜିଲ୍ଲା ପ୍ରଶାସନ ସମସ୍ତ ପ୍ରସ୍ତୁତି କରିଛି । ଟିଟିଲାଗଡ଼ ବିଧାୟିକା ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଚଂଚଳ ରାନା ଓ ଏସପି ନିତିନ ଡ଼ଗଡ଼ୁ କୁଶଲକର ସୁରକ୍ଷା ବ୍ୟବସ୍ଥା ଯାଂଚ କରିଛନ୍ତି । ଜିଲାରେ ସମସ୍ତ କାର୍ଯ୍ୟକ୍ରମରେ ମୋଟ ୨୦ ପ୍ଲାଟୁନ୍   ପୋଲିସ ଫୋର୍ସ ମୁତୟନ ରହିବେ । ଓଡ଼ିଶା ସମାଚାର

About admin

Check Also

କୋଭିଡ୍ କଟକଣା ପାଇଁ ଫିକା ପଡିଲା ପାରାଵିଲ୍ ଗଜଲକ୍ଷ୍ମୀ ପୂଜା, ପୁରୁଣା ମାଢିରେ ନୂଆ ମୂର୍ତ୍ତି

କଟକ ସଦର, ୨୦/୧୦/୨୧(ଓଡିଶା ସମାଚାର/ଵିଷ୍ଣୁ ବେହେରା): କଟକ ସଦର ଅଞ୍ଚଳର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା କୋଭିଡ କଟକଣା ଯୋଗୁଁ ଫିକା …

Leave a Reply

Your email address will not be published. Required fields are marked *