Friday , August 12 2022
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ – ୭୨ ଜଣ ଶିଶୁ ସଂକ୍ରମିତ – ୭ଜଣ କରୋନା ଆକ୍ରାନ୍ତ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ – ୭୨ ଜଣ ଶିଶୁ ସଂକ୍ରମିତ – ୭ଜଣ କରୋନା ଆକ୍ରାନ୍ତ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୩/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୬୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୩୭୫ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୬୯ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୨ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩୪ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୭୭ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨୮ଜଣ, ଯାଜପୁର ଜିଲ୍ଲାରୁ ୨୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୮୩ଜଣ, ମାଲକାନଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍ରୁ ୬୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୨୫୯୪ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୭ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଅନୁଗୁଳ, କଟକ, ଯାଜପୁର,ଖୋର୍ଦ୍ଧା,ନବରଙ୍ଗପୁର, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୫୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୨୫୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୦୮୬୭୧ଜଣ ସୁସ୍ଥ ହୋଇଛନ୍ତି । ମୃତ୍ୟୁ ସଂଖ୍ୟା ୮୧୫୭ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୭୧୩ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୯୫୧୭୮୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ ଖାଇବାକୁ ଦିଆଯିବ

ଭୁବନେଶ୍ୱର,୧୨/୦୮/୨୦୨୨(ଓଡ଼ିଶା ସମାଚାର)- ରକ୍ତହୀନତା ଓ ଅପପୁଷ୍ଟି ଦୂର କରିବା ଆଭିମୁଖ୍ୟ ରଖି ଆଜି ସାରା ରାଜ୍ୟରେ କୃମିନାଶକ ଔଷଧ ମାଗଣାରେ …

Leave a Reply

Your email address will not be published.