Friday , September 22 2023
Breaking News
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ – ୯୬ ଜଣ ଶିଶୁ ଆକ୍ରାନ୍ତ – ୫ଜଣଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ – ୯୬ ଜଣ ଶିଶୁ ଆକ୍ରାନ୍ତ – ୫ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୬/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୨ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୪୩ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୬ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୩୮ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୬୭ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨୬ଜଣ, ଯାଜପୁର ଜିଲ୍ଲାରୁ ୩୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୫ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍ରୁ ୪୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୪୩୨୦ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୫ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ ରହିଥିବା ବେଳେ କେନ୍ଦୁଝର, କୋରାପୁଟ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୪୩୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧୦୧୮୩ ଜଣ ସୁସ୍ଥ ହୋଇଛନ୍ତି । ଆଉ ୫୯୦୯ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୯୭୨୬୫୦୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *