Wednesday , October 20 2021
Breaking News
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ- ୫୯ ଜଣ ଶିଶୁ ଆକ୍ରାନ୍ତ – ୫ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ- ୫୯ ଜଣ ଶିଶୁ ଆକ୍ରାନ୍ତ – ୫ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୮ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୮୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୯ ଜଣ ଶିଶୁ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୭୩ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୨୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୭ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲରୁ ୩୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୪୭୬୪ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟାରେ ୫ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି । ସେମାନ ଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ରହିଥିବା ବେଳେ ନବରଙ୍ଗପୁର ଜିଲ୍ଲାରୁ ୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୪୭୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧୦୮୨୯ଜଣ ସୁସ୍ଥ ହୋଇଛନ୍ତି । କରୋନା ରେ ୮୧୮୦ ଜଣ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୭୦୨ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୯୭୮୯୨୨୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ – ୭୫ ଜଣ ଶିଶୁ ସଂକ୍ରମିତ – ୩ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୭/୧୦/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି …

Leave a Reply

Your email address will not be published. Required fields are marked *