Wednesday , May 31 2023
Home / ତାଜା ଖବର / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୪୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୭୪ ଜଣ ଶିଶୁ   ସଂକ୍ରମିତ – ୭ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୪୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୭୪ ଜଣ ଶିଶୁ   ସଂକ୍ରମିତ – ୭ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୮/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୪୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୯ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୨୬ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୪ ଜଣ ଶିଶୁ  ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୪୭ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୭୩ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩୭ଜଣ, ଯାଜପୁର ଜିଲ୍ଲାରୁ ୨୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ୍ ପୁଲ୍ ରୁ ୫୦ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୫୩୦୯ କୁ ବୃଦ୍ଧି ପାଇଛି ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟାରେ ୭ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି ।ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା,କଟକ,ଗଞ୍ଜାମ,ଯାଜପୁର ଓ କେନ୍ଦ୍ରାପଡାରୁ ଜଣେ ଲେଖାଏଁ ଆକ୍ରାନ୍ତ, ଜଗତସିଂହପୁରରୁ ୨ ଜଣ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୫୩୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧୧୪୮୨ଜଣ ସୁସ୍ଥ ହୋଇଛନ୍ତି । ଆଉ ୫୫୮୭ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୧୯୮୪୧୮୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୫୩୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧୧୪୮୨ଜଣ ସୁସ୍ଥ ହୋଇଛନ୍ତି । କରୋନା ମୃତ୍ୟୁ ସଂଖ୍ୟା ୮୧୮୭ ରେ ପହଂଚିଥିବାବେଳେ ୫୩ ଜଣ କରୋନା ସଂକ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।  ଆଉ ୫୫୮୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ  ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୯୮୪୧୮୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.