Thursday , October 21 2021
Breaking News
Home / ବିଶେଷ / ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ – ୬୩ ଜଣ ଶିଶୁ ଆକ୍ରାନ୍ତ – ୫ ଜଣ ଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ – ୬୩ ଜଣ ଶିଶୁ ଆକ୍ରାନ୍ତ – ୫ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୯/୦୯/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୫୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୮ ଜଣ କ୍ୱାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୨୩୭ ଜଣ ସ୍ଥାନୀୟ ସଂକ୍ରମିତ । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୩ ଜଣ ଶିଶୁ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୬୧ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲଲ୍ାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍ ରୁ ୫୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୫୮୭୪ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୫ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକ ୫ ଜଣଙ୍କ ମଧ୍ୟରୁ ଭଦ୍ରକରେ ଜଣେ, ଖୋର୍ଦ୍ଧାରୁ ୨ ଜଣ, ଜଗତସିଂହପୁର ଜିଲାରେ ଜଣେ ଏବଂ ପୁରୀ ଜିଲାରେ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୮୧୯୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୫୮୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧୨୧୧୬ଜଣ ସୁସ୍ଥ ହୋଇଛନ୍ତି । କରୋନା ମୃତ୍ୟୁସଂଖ୍ୟା ୮୧୯୨ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୫୫୧୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୧୯୯୦୦୫୩୨ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ବିକାଶ ର ବାଟ ଚାହିଁ ବସିଛନ୍ତି ଭିତରପଣ୍ଡି ଗ୍ରାମବାସୀ

Leave a Reply

Your email address will not be published. Required fields are marked *